odisha24 Live

Latest News

Latest News

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବରଷିବ

ଭୁବନେଶ୍ୱର : ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିଛି ବର୍ଷା । ଟ୍ବିନ ସିଟିରେ ଗତକାଲିଠାରୁ ବର୍ଷା ଲାଗି ରହିଛି । ବାୟୁମଣ୍ଡଳ ଉପରି ଭାଗରେ ଜଳୀୟବାଷ୍ପ ଏବଂ ତାପମାତ୍ରା ଅଧିକ ରହିବା ହେତୁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ବାରିପଦା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଏବଂ ବଲାଙ୍ଗିର ଆଦି କିଛି ଜିଲାରେ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପରୋକ୍ତ ଦୁଇଟି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ବାଲେଶ୍ବର, ଯାଜପୁର, ଭଦ୍ରକ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟାନ୍ୟ ଜିଲାଗୁଡ଼ିକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋୱାର୍ଣ୍ଣିଂ ଜାରି କରିଛି।

Share In Social Media
Scroll to Top