
ଭୁବନେଶ୍ୱର : ରାଜ୍ୟରେ ଆରମ୍ଭ ହୋଇଯାଇଛି ବର୍ଷା । ସକ୍ରିୟ ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପ୍ରଭାବ ଜାରି ରହିବ । ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷକରି ବରଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, ଢେଙ୍କାନାଳ, କଟକ, ଯାଜପୁର ଓ ନୟାଗଡ଼ରେ ପ୍ରବଳ ବର୍ଷା ହୋଇଛି । ସେହିଭଳି ସୋମବାର ପାଇଁ ୨୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

