odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ପ୍ରବଳ ଛେଚିବ

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ସ୍ଥିତି ଧୀରେଧୀରେ ସ୍ବାଭାବିକ ହେଉଛି। ତେବେ ପୁଣି ରାଜ୍ୟରେ ବର୍ଷା ଆରମ୍ଭ ହାଇଗଲାଣି । ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଟ୍ୱିନ୍ ସିଟି ସମେତ ଉପକୂଳ ଓ ଉତ୍ତର ଓଡ଼ିଶାର ଅନେକ ଜିଲ୍ଲା ପାଇଁ ସତର୍କତା ଜାରି ହୋଇଛି । ଆସନ୍ତାକାଲି ୧୭ଟି ଜିଲ୍ଲା ଏବଂ ୬ ତାରିଖ ପାଇଁ ସମଗ୍ର ଓଡ଼ିଶାରେ ୟେଲୋ ଆଲର୍ଟ ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ପାଣିପାଗ ପରିବର୍ତ୍ତନର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ସତର୍କ ତାଲିକାରେ ରହିଛି ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକ ସମେତ କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼ ଓ କେନ୍ଦୁଝର ଭଳି ଜିଲ୍ଲା । ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗ ପକ୍ଷରୁ ବଜ୍ରପାତ ସମୟରେ ସତର୍କ ରହିବା ସହ ଆବଶ୍ୟକ ନଥିଲେ ଘରୁ ବାହାରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ସେପଟେ ଆସନ୍ତାକାଲି ପାଇଁ ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । ଏହାସହ ଅଗଷ୍ଟ ୬ ତାରିଖରେ ସାରା ଓଡ଼ିଶା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top