odisha24 Live

Latest News

Latest News

ବନ୍ୟା ଅବସ୍ଥାକୁ ପରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଛି ଭୟଙ୍କର ବନ୍ୟା ପରିସ୍ଥିତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳର ପରିଦର୍ଶନ କରିଛନ୍ତି । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାର ବନ୍ୟା ପରିସ୍ଥିତିକୁ ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ହେଲିକପ୍ଟର ଯୋଗେ ବନ୍ୟା ପ୍ରଭାବିତ କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ପଞ୍ଚାୟତ ଉପରେ ବୁଲି ସ୍ଥିତି ପରଖିଛନ୍ତି । କେଉଁଠି କେତେ ପରିମାଣରେ ଜଳବନ୍ଦୀ ସମସ୍ୟା ରହିଛି ଏବଂ କେଉଁ ଅଞ୍ଚଳ ଅଧିକ କ୍ଷତିଗ୍ରସ୍ତ ହୋଇଛି, ସେ ନେଇ ସେ ସୂଚନା ନେଇଛନ୍ତି ।ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ସ୍ୱତନ୍ତ୍ର ସହାୟତା କମିଶନର ମଧ୍ୟ ଉପସ୍ଥିତ ରହି ବନ୍ୟାଞ୍ଚଳର ବୈଷୟିକ ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ବନ୍ୟା ପ୍ଲାବିତ ଅଞ୍ଚଳରେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ କିପରି ଚାଲିଛି, ସେ ନେଇ ମଧ୍ୟ ଆଲୋଚନା କରାଯାଇଛି । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଆକଳନ କରାଯିବା ସହ ପ୍ରଭାବିତ ଲୋକଙ୍କୁ ସହାୟତା ପ୍ରଦାନ ଏବଂ ପରବର୍ତ୍ତୀ ପଦକ୍ଷେପ ନେଇ ନିଷ୍ପତ୍ତି ନିଆଯିବ ।

Share In Social Media
Scroll to Top