odisha24 Live

Latest News

Latest News

ବନ୍ୟା ଘେରରେ ମା ଭଟ୍ଟାରିକା

ଭୁବନେଶ୍ୱର : ଗଭୀର ଅବପାତ ପ୍ରଭାବରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଏହାର ପ୍ରଭାବରେ କଟକ ଜିଲ୍ଲା ବଡ଼ମ୍ବା ସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ବନ୍ୟା ଜଳ ପ୍ରବେଶ କରିଛି। ମନ୍ଦିରର ଗର୍ଭଗୃହରେ ପାଣି ପଶିଯିବାରୁ ଦେବୀଙ୍କ ଚଳନ୍ତି ପ୍ରତିମାଙ୍କୁ ଏକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।ସେଠାରେ ନିୟମିତ ଭାବେ ମା’ଙ୍କର ନୀତିକାନ୍ତି ଓ ପୂଜାର୍ଚ୍ଚନା ଜାରି ରହିଛି । ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢିବାରୁ ଗେଟ୍ ଖୋଲାଯାଇଛି । ଦୁଇ ଦିନର ଲଗାଣ ବର୍ଷା ଯୋଗୁ ମନ୍ଦିର ବେଢ଼ାରେ ବନ୍ୟାଜଳ ପ୍ରବେଶ କରିଛି। ସେପଟେ ବନ୍ୟା ପାଣି ଯୋଗୁଁ ମନ୍ଦିର ପରିସରରେ ଭକ୍ତଙ୍କ ପ୍ରବେଶ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ପ୍ରଶାସନ ପରିସ୍ଥିତି ଉପରେ କଡ଼ା ନଜର ରଖିଥିବା ବେଳେ ସ୍ଥାନୀୟ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Share In Social Media
Scroll to Top