odisha24 Live

Latest News

Latest News

ରାଷ୍ଟ୍ରପତି ଭବନକୁ ଯିବ ରଥଚକ

ଭୁବନେଶ୍ୱର : ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ଶ୍ରୀଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏହି ସୂଚନା ଦେଇଛନ୍ତି । ଓଡ଼ିଶାର ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ପରମ୍ପରାର ଏକ ସ୍ଥାୟୀ ପ୍ରତୀକ ଭାବରେ ମହାପ୍ରଭୁ ଜଗନ୍ନାଥଙ୍କ ‘ନନ୍ଦିଘୋଷ’, ପ୍ରଭୁ ବଳଭଦ୍ରଙ୍କ ‘ତାଳଧ୍ୱଜ’ ଏବଂ ଦେବୀ ସୁଭଦ୍ରାଙ୍କ ‘ଦର୍ପଦଳନ’ ରଥର ଚକଗୁଡ଼ିକୁ ରାଷ୍ଟ୍ରପତି ଭବନରେ ସ୍ଥାପନ କରାଯିବା ନେଇ ମହାମହିମ ସମ୍ମତି ପ୍ରକାଶ କରିଛନ୍ତି ବୋଲି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି । ଶ୍ରୀଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି,” ମୁଁ ଗତକାଲି (ସୋମବାର) ଭୁବନେଶ୍ୱର ସ୍ଥିତ ଲୋକ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଏହି ପ୍ରସ୍ତାବ ଦେଇଥିଲି । ରାଷ୍ଟ୍ରପତି ଭବନରେ ରଥଯାତ୍ରାର ତିନିଟି ରଥର ତିନିଟି ଚକ ସ୍ଥାପନ କରିବାକୁ ସମ୍ମତି ଦେଇଛନ୍ତି ମହାମହିମ ରାଷ୍ଟ୍ରପତି । ଯାହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ ।

Share In Social Media
Scroll to Top