odisha24 Live

Latest News

Latest News

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର : ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁଲିସ ଠୁ ପ୍ରସାଶନ ସୁରକ୍ଷା ବ୍ୟବସ୍ଥା ସହ ଗସ୍ତକୁ ନେଇ ଟିକିନିଖି ରୋଡ ମ୍ୟାପ ପ୍ରସ୍ତୁତ କରାଯାଇଛି । ଏୟାରପୋର୍ଟଠୁ ରେଳ ଷ୍ଟେସନ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ ସଡ଼କ ପଥରେ ଯାଇ କଟକ ଜିଲ୍ଲା ବାଆଁରା ନିକଟ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଶୁଭ ଉଦ୍‌ଘାଟନ କରିବେ। ୪ ତାରିଖ ସକାଳେ ରାଷ୍ଟ୍ରପତି ଭୁବନେଶ୍ବର ରେଳ ଷ୍ଟେଶନରୁ ଟ୍ରେନରେ ବ୍ରହ୍ମପୁରରେ ପହଞ୍ଚତ୍ବା ପରେ ସଡ଼କପଥରେ ଗଞ୍ଜାମ ଜିଲ୍ଲାର ତପ୍ତପାଣି ଯାଇ ମା’ କନ୍ଧୁଣୀଦେବୀ ପୀଠରେ ଦର୍ଶନ, ଆଳତି ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେବେ। ଆର୍ମି ଏୟାର ଡିଫେନ୍ସ କଲେଜରେ ରାତ୍ର ରହଣି ସହ ବ୍ରହ୍ମପୁର-ଗୋପାଳପୁରସ୍ଥିତ ଧବଳେଶ୍ବର ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ୫ ତାରିଖରେ ରାଷ୍ଟ୍ରପତି ଟ୍ରେନ ଯୋଗେ ଭୁବନେଶ୍ୱର ଫେରିବା ପରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।

Share In Social Media
Scroll to Top