odisha24 Live

Latest News

Latest News

ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା ପରିମାଣ । ୫ ଦିନ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ। ଆଜି ମୟୂରଭଞ୍ଜ ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ରାଜ୍ୟରେ ୧୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନୁଆପଡ଼ା, ଝାରସୁଗୁଡ଼ା, ଗଞ୍ଜାମ ଓ ଗଜପତି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରାଯାଇଛି। ବୁଧବାର ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

Share In Social Media
Scroll to Top