odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ଧବଳେଶ୍ୱରେ ରାଷ୍ଟ୍ରପତିଙ୍କ ଶିବ ପୂଜା

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଗଷ୍ଟ ୩ ତାରିଖ ଠାରୁ ତିନିଦିନିଆ ଓଡ଼ିଶା ଗସ୍ତ କରିଛନ୍ତି।ଗତକାଲି ରାତିରେ ସେ ଆର୍ମି ଏଡି କଲେଜରେ ରାତ୍ରିଯାପନ କରିଥିଲେ । ଆଜି ବ୍ରହ୍ମ ମୂହୂର୍ତ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଧବଳେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ବାବା ଧବଳେଶ୍ୱରଙ୍କ ପୀଠରେ ପହଞ୍ଚିବା ପରେ ସେବାୟତ ଶଙ୍କର ରଣାଙ୍କ ସମେତ ମନ୍ଦିର କମିଟିର ସଭାପତି ରାଷ୍ଟ୍ରପତିଙ୍କୁ ମନ୍ଦିର ମଧ୍ୟକୁ ପାଛୋଟି ନେଇଥିଲେ । ପବିତ୍ର ଶ୍ରାବଣ ମାସରେ ଶିବମନ୍ଦିରରେ ରାଷ୍ଟ୍ରପତିଙ୍କ ତରଫରୁ ଜଳାଭିଷେକ ଓ ପୁଷ୍ପାଭିଷେକ କରିଥିଲେ ।ସୁରକ୍ଷା ଦୃଷ୍ଟିରୁ ମନ୍ଦିର ପରିସରରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।ସକାଳ ଜଳଖିଆ ପରେ ରାଷ୍ଟ୍ରପତି ବ୍ରହ୍ମପୁର ରେଳ ଷ୍ଟେସନ ଯାଇ ସେଠାରୁ ସ୍ୱତନ୍ତ୍ର ଟ୍ରେନ ଯୋଗେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବେ । ଏଠାରୁ ସେ ସିଧା ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top