odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

କାଳବୈଶାଖୀ ତାଣ୍ଡବ, ଭିଜିଲା ରାଜଧାନୀ

ଭୁବନେଶ୍ୱର : କାଳବୈଶାଖୀ ଝଡ଼ ସହ ପ୍ରବଳ ବର୍ଷା ହେବାରୁ ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଆଜି ଭୋର ସାଢେ ୫ଟା ସୁଦ୍ଧା ରାଜଧାନୀରେ ୯୭ ଦଶମିକ ୨ ମିଲିମିଟର ବର୍ଷା ହୋଇଥିବା ରେକର୍ଡ ହୋଇଛି। ଆସନ୍ତା ୧୨ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କେତେକ ସ୍ଥାନରେ ବିଜୁଳି, ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ବିଶେଷକରି କେନ୍ଦୁଝର ଓ ମୟୂରଭଞ୍ଜଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୧୬ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ, ଘଡ଼ଘଡ଼ି ସହ ବିଜୁଳି ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଏହାକୁ ଦୃଷ୍ଟିରେ ରଖି ଲୋକମାନଙ୍କୁ ଆବଶ୍ୟକ ନଥିଲେ ଘରୁ ବାହାରକୁ ନଯିବା, ବଜ୍ରପାତ ସମୟରେ ଗଛ ତଳେ ଆଶ୍ରୟ ନ ନେବା ଏବଂ ପାଣିପାଗ ବିଭାଗର ସତର୍କବାଣୀକୁ ମାନିବା ପାଇଁ ପରାମର୍ଶ ଦିଆଯାଇଛି ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top