
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟବ୍ୟାପୀ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଆରମ୍ଭ ହୋଇଛି। ଲୋକମାନେ ନିଜ ନିଜ ଘରେ ଜାତୀୟ ପତାକା ଉଡ଼ାଇବା ଏବଂ ଦେଶପ୍ରେମରେ ସାମିଲ ହେବା ପାଇଁ ଆଜିଠାରୁ ଅଗଷ୍ଟ ୧୭ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।ରାଜଧାନୀ ଭୁବନେଶ୍ୱରଠାରୁ ଆରମ୍ଭ କରି ବ୍ଲକ୍ ଏବଂ ଗ୍ରାମ ପଞ୍ଚାୟତ ସ୍ତର ପର୍ଯ୍ୟନ୍ତ ସମସ୍ତ ସ୍ଥାନରେ ଏହି ଅଭିଯାନ ପାଳନ କରାଯିବ। ଏହି ଅଭିଯାନକୁ ସଫଳ କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରତ୍ୟେକ ଜିଲ୍ଲାକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅଧିକରୁ ଅଧିକ ଜନସାଧାରଣଙ୍କ ଅଂଶଗ୍ରହଣ ଏବଂ ଜାତୀୟ ଏକତା ତଥା ଗର୍ବର ବାର୍ତ୍ତା ପ୍ରସାର କରିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ। ମାତୃଭୂମିର ସମ୍ମାନାର୍ଥେ ଏହି ଅଭିଯାନରେ ସକ୍ରିୟ ଭାବେ ଯୋଗଦେବାକୁ ସଂସ୍କୃତି ମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଅନୁରୋଧ କରିଛନ୍ତି।

