odisha24 Live

Latest News

Latest News

ବଢୁଛି ଲଘୁଚାପର କରାଳ ରୂପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ମଧ୍ୟ ସମ୍ଭାବନା ଅଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ କିଛି ଅଞ୍ଚଳରେ ପବନର ବେଗ ୩୦ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ପହଞ୍ଚିପାରେ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଏବଂ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଝଡ଼ବର୍ଷା ଏବଂ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

Share In Social Media
Scroll to Top