odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ଶ୍ରୀକ୍ଷେତ୍ରରେ ମହୋଦଧି ଆରତୀ ହେବ ଆହୁରି ଭବ୍ୟ

ପୁରୀ : ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ ଓ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନ ଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ପୁରୀ ସ୍ୱର୍ଗଦ୍ୱାର ସମ୍ମୁଖ ବେଳାଭୂମିରେ ପ୍ରତିଦିନ ଅନୁଷ୍ଠିତ ହେଉଥିବା ପବିତ୍ର ‘ସନ୍ଧ୍ୟା ମହୋଦଧି ଆରତୀ’ ଉପରେ ବିଶେଷ ଗୁରୁତ୍ୱ ଆରୋପ କରିଛନ୍ତି ।ଏହି ଆରତୀ ସ୍ଥଳର ସୌନ୍ଦର୍ଯ୍ୟକରଣ କରାଯିବା ସହିତ ସନ୍ଧ୍ୟା ଆରତୀକୁ ଆହୁରି ଭବ୍ୟ ଆକାରରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସମଗ୍ର ପୁରୀ ବେଳାଭୂମିକୁ ଏକ ଭବ୍ୟ ଆଧ୍ୟାତ୍ମିକ ବେଳାଭୂମି ଭାବେ ବିକଶିତ କରିବାକୁ ସେ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଗୋବର୍ଦ୍ଧନ ପୀଠର ଜମି ଜମା ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ପୁରୁଣା ଲ୍ୟାଣ୍ଡ ସେଟେଲମେଣ୍ଟ ଦସ୍ତାବିଜ୍‌କୁ ପୁନର୍ବାର ସମ୍ପୂର୍ଣ୍ଣ ଯାଞ୍ଚ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top