odisha24 Live

Latest News

Latest News

ଓଡ଼ିଶାକୁ ଝଡ଼ବର୍ଷା ଚେତାବନୀ

ଭୁବନେଶ୍ୱର : ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ସପ୍ତାହେ ପ୍ରବଳ ବର୍ଷିବ!ଉପକୂଳ ଓ ଉତ୍ତର ଓଡ଼ିଶାକୁ ପ୍ରବଳ ଝଡ଼ବର୍ଷା ନେଇ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ଆଜି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୨୪ ତାରିଖଠୁ ବଢ଼ିବ ବର୍ଷା । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କିଛି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

Share In Social Media
Scroll to Top