odisha24 Live

Latest News

Latest News

ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ଦଳୀୟ ରଣନୀତି ଓ ଆଗାମୀ ପଦକ୍ଷେପ ନେଇ ଚାଲିଲା ଆଲୋଚନା। ନିଷ୍ପତ୍ତି ଉପରେ ଏବେ ସମସ୍ତଙ୍କ ନଜର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକରେ ଯୋଗ ଦେଇଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଦଳର ବରିଷ୍ଠ ରାଜ୍ୟ ପଦାଧିକାରୀ ଯୋଗ ଦେଇଛନ୍ତି । ଏହା ସହିତ ରାଜ୍ୟ ସରକାରଙ୍କ କିଛି ମନ୍ତ୍ରୀ ମଧ୍ୟ ଯୋଗ ଦେଇଛନ୍ତି ।
ଏହି ବୈଠକରେ ଦଳର ଆଗାମୀ କାର୍ଯ୍ୟକ୍ରମ ନେଇ ଆଲୋଚନା ହେଉଛି । ଆଗକୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନ ଥିବାରୁ ଏହି ଉପଲକ୍ଷେ ସେବା ସଂକଳ୍ପ କାର୍ଯ୍ୟକ୍ରମ ହାତକୁ ନିଆଯିବ । ଏକ ମାସ ଧରି ବିଭିନ୍ନ କାର୍ଯ୍ୟକ୍ରମ କରାଯିବ । ସେ ନେଇ ଆଜିର ବୈଠକରେ ରୋଡମ୍ୟାପ୍ ପ୍ରସ୍ତୁତ ହେବ ।

Share In Social Media
Scroll to Top