odisha24 Live

Latest News

Latest News

ସୁନା ଦରରେ ଆସିବ ବଡ଼ ପରିବର୍ତ୍ତନ

ମୁମ୍ବାଇ : ସୁନା କିଣୁଥିବା ଗ୍ରାହକମାନଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଘରୋଇ ସୁନା ବଜାରରେ ଶୁକ୍ରବାର ଦିନ ସୁନା ଏବଂ ରୂପା ଦରରେ ଜୋରଦାର ହ୍ରାସ ଦେଖିବାକୁ ମିଳିଛି। ରାଜଧାନୀ ଦିଲ୍ଲୀରେ ସୁନା ଦର ୧୦ ଗ୍ରାମ ପ୍ରତି ୩,୩୦୦ ଟଙ୍କା ପର୍ଯ୍ୟନ୍ତ ଖସିଥିବା ବେଳେ ରୂପା ଦର କିଲୋଗ୍ରାମ ପ୍ରତି ୫,୦୦୦ ଟଙ୍କା ହ୍ରାସ ପାଇଛି। ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୮,୨୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୪୫,୦୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୮,୨୪୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୫,୦୫୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୮,୩୯୦ ଟଙ୍କା ଓ ୨୨ କ୍ୟାରଟେ ୧,୪୫,୨୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୮,୨୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୫,୦୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୮,୨୪୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୫,୦୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୫,୦୦୦ ଟଙ୍କା ହୋଇଛି ।

Share In Social Media
Scroll to Top