odisha24 Live

Latest News

Latest News

ଓଡ଼ିଶାରେ ଭୀଷଣ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ପଶ୍ଚିମ ତଥା ଉତ୍ତର ଓଡ଼ିଶା ଆଡ଼କୁ ଅଗ୍ରସର ହେଉଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷାର ପ୍ରକୋପ ରାଜ୍ୟରେ ଆହୁରି ୨ ଦିନ ସତର୍କ ସୂଚନା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବିଶେଷକରି ବରଗଡରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର ଓ ଅନୁଗୋଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟରେ ରହିଛି। ବାକି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ନିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ।

Share In Social Media
Scroll to Top