odisha24 Live

Latest News

୧୦ରେ ବଦଳିବ ପାଣିପାଗର ରୂପ

ଭୁବନେଶ୍ୱର: ଆଜି ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ଆସନ୍ତା ୨ ଦିନ ପାଗ ପ୍ରାୟ ଅପରିବର୍ତ୍ତିତ ରହିବ। ଏହାପରେ ୩ ଦିନ ଧରି ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ।
୧୦ ତାରିଖ ବେଳକୁ ଘୂର୍ଣ୍ଣିବଳୟ ହୋଇପାରେ। ୧୧ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ନୟାଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ୧୩ ତାରିଖରେ ଏହା ଲଘୁଚାପ ରୂପ ନେବ। ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେଇପାରେ। ଶୁକ୍ରବାର ବାରିପଦାରେ ୧୭ ମିମି ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Share In Social Media
Scroll to Top