odisha24 Live

Latest News

Latest News

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଏବଂ କାଲି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଲାଗି ରହିବ। ୧୪ ତାରିଖ ବେଳକୁ ବର୍ଷା କମିବ। ଆଜି ଉତ୍ତର ଓ ଦକ୍ଷିଣ ଓଡିଶା ସହ ପଶ୍ଚିମ ଓଡି଼ଶାର କିଛି ଜିଲ୍ଲାରେ ଝଡବର୍ଷା ସତର୍କତା ଜାରି କରାଯାଇଛି।

୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ସେପଟେ ଆସନ୍ତାକାଲି ଉତ୍ତର ଓ ଉପକୂଳ ଓଡିଶାର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Share In Social Media
Scroll to Top