odisha24 Live

Latest News

Latest News

ଆସୁଛି ଭାରୀ ବର୍ଷା

ଭୁବନେଶ୍ୱର : ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଗୁରୁବାର ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଇଏମଡି ଆକଳନ କରିଛି ।

୧୫ ତାରିଖ(ଗୁରୁବାର) ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ହାଲୁକା ବର୍ଷା ହେବ । ୧୬ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନ ସମେତ ଉପକୂଳ ଓଡ଼ିଶାର କାଁ ଭାଁ ସ୍ଥାନରେ ବର୍ଷା ହୋଇପାରେ ।

୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାର ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Share In Social Media
Scroll to Top