odisha24 Live

Latest News

Latest News

ଓଡ଼ିଶାରେ ପ୍ରବଳ ବର୍ଷା ଓ ଝଡ଼ବିଜୁଳି ଆଶଙ୍କା

ଭୁବନେଶ୍ୱର : ଗୁରୁବାର ଓଡ଼ିଶା ସମେତ ସାରା ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରିଥିବାବେଳେ ଦକ୍ଷିଣ ଭାରତରେ ଉତ୍ତର ପୂର୍ବ ମୌସୁମୀ ବାୟୁ ପ୍ରବେଶ କରିଛି। ଏଥିସହ ତାମିଲନାଡୁ ଉପକୂଳରୁ ଉତ୍ତର-ପୂର୍ବ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆହୁରି ୨ଦିନ ବର୍ଷା ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଗୁରୁବାର ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କଟକ, ପୁରୀ ଏବଂ ଜଗତ୍‌ସିଂହପୁର ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ଶୁକ୍ରବାର ଜଗତ୍‌ସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର କୋରାପୁଟରେ ପ୍ରବଳ ବର୍ଷା ହେବା ସହିତ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ଅନ୍ୟପକ୍ଷରେ ଆସନ୍ତା ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନ କିମ୍ବା ରାତି ତାପମାତ୍ରାରେ ସେଭଳି ବିଶେଷ ପରିବର୍ତ୍ତନ ନ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Share In Social Media
Scroll to Top