odisha24 Live

Latest News

Latest News

ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣ

ଆଡେନ୍‌: ୟେମେନର ଆଡେନ୍‌ସ୍ଥିତ ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣକୁ ନେଇ ଦେଶରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ସାଉଦି ଆରବ ସମର୍ଥିତ ୟେମେନର ଆନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତ ସରକାରକୁ ଦୁର୍ବଳ କରିବା ଉଦ୍ଦେଶ୍ୟରେ ଏହି ଆକ୍ରମଣ କରାଯାଇଥିବା ରିପୋର୍ଟରେ କୁହାଯାଇଛି।

ଆକ୍ରମଣ ସମୟରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ରାଷ୍ଟ୍ରପତି ଭବନ ଭିତରେ ଉପସ୍ଥିତ ଥିଲେ। ଏହି ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ ଆହତ ହୋଇଛନ୍ତି। ୟେମେନ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

Share In Social Media
Scroll to Top