odisha24 Live

Latest News

Latest News

ମଣ୍ଡପରେ ମାଆଙ୍କର ମହାଷ୍ଟମୀପୂଜା, ପୀଠେରେ ନବମୀ

ଭୁବନେଶ୍ୱର : ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । ମା’ଙ୍କ ଆଗମନରେ ଗାଁରୁ ସହର ଉତ୍ସବମୁଖର । ପୀଠରେ ମା’ଙ୍କର ଆଜି ନବମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାଷ୍ଟମୀ ପୂଜା ।
ମଣ୍ଡପରେ ମା’ଙ୍କ ମହାଷ୍ଟମୀ ପୂଜା ଚାଲିଛି । ସେପଟେ ଆଜି ପୀଠରେ ଚାଲିଛି ମା’ଙ୍କ ମହା ନବମୀ ପୂଜା । ଘଣ୍ଟଘଣ୍ଟା ଓ ମନ୍ତ୍ରଧ୍ବନିରେ ପ୍ରକମ୍ପିତ ହେଉଛି ପରିବେଶ । ଭକ୍ତି ଭାବରେ ଦର୍ଶନ କରୁଛନ୍ତି ଭକ୍ତ ।

ଦୁର୍ଗାଙ୍କ ପୂଜା ପାଇଁ ସଜେଇ ହୋଇଛି ତୋରଣ । ରଙ୍ଗୀନ ଆଲୋକ ମାଳାରେ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ୱରର ପୂଜା ମଣ୍ଡପ । ଆକର୍ଷଣୀୟ ସାଜସଜ୍ଜାରେ ଝଲସୁଛି ପୁରା ପରିବେଶ । କଟକରେ ସୁନାଚାନ୍ଦିରେ ଝଟକୁଛନ୍ତି ମାଆ । ମୀନା ବଜାର ସାଙ୍ଗକୁ ପୂଜା ପାଇଁ ସବୁଠି ଭିଡ଼ । ରାତି ୧୨ଟା ଯାଏ ରାଜଧାନୀରେ ଭିଡ ଦେଖିବାକୁ ମିଳୁଛି । କଟକ ଠୁ ଆରମ୍ଭ କରି ଭୁବନେଶ୍ବର ଆଉ ରାଉରକେଲା ସବୁଠି ପୂଜା ପାଇଁ ଭିଡ ବଢୁଥିବାରୁ ଟ୍ରାଫିକ ସମସ୍ୟା ମଧ୍ୟ ଦେଖାଦେଉଛି । ବିଶେଷକରି ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ପ୍ରବଳ ଭିଡ ଦେଖିବାକୁ ।

Share In Social Media
Scroll to Top