
ଭୁବନେଶ୍ୱର: ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୨,୪୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୬୦୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୪୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୦,୬୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୨,୪୮୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୦,୬୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୨,୬୩୦ ଟଙ୍କା ଓ ୨୨ କ୍ୟାରଟେ ୧,୩୦,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୨,୪୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୨,୪୮୦ ଓ ୨୨ କ୍ୟାରେଟ ମୂଲ୍ୟ ଦର ୧,୩୦,୬୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୨୦,୦୦୦ ଟଙ୍କା ହୋଇଛି ।




