odisha24 Live

Latest News

Latest News

ରାଜ୍ୟସ୍ତରୀୟ ଛାତ୍ର ନେତା ସମ୍ମିଳନୀ

ଭୁବନେଶ୍ୱର : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ବରମୁଣ୍ଡା ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ଛାତ୍ର ନେତା ସମ୍ମିଳନୀରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ତାଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଏବିଭିପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ବୀରେନ୍ଦ୍ର ସିଂହ ସୋଲାଙ୍କି ମଧ୍ୟ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଛନ୍ତି । ଓଡ଼ିଶାର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରୁ ପ୍ରାୟ ୧୦,୦୦୦ ରୁ ଉର୍ଦ୍ଧ୍ୱ ଛାତ୍ର ନେତା ଓ ପ୍ରତିନିଧି ଏହି ବିଶାଳ ସମାବେଶରେ ଯୋଗ ଦେଇଛନ୍ତି। ନିକଟରେ ଅନୁଷ୍ଠିତ ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରତିନିଧିମାନଙ୍କୁ ଅଭିନନ୍ଦନ ଜଣାଇବା ସହ କ୍ୟାମ୍ପସରେ ସଂଗଠନକୁ କିଭଳି ଅଧିକ ସଶକ୍ତ ଓ ସୁଦୃଢ଼ କରାଯିବ ସେ ନେଇ ଆଲୋଚନା ହୋଇଛି।
ମୁଖ୍ୟମନ୍ତ୍ରୀ ଅଭିଭାଷଣରେ ଯୁବପିଢ଼ିଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ଦକ୍ଷତା ବିକାଶ ଓ ସଠିକ୍ ମାର୍ଗଦର୍ଶନର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ଛାତ୍ର ନେତାମାନଙ୍କୁ ‘ରାଷ୍ଟ୍ର ପ୍ରଥମ’ ନୀତିରେ କାମ କରିବାକୁ ଏବଂ ଓଡ଼ିଆ ଅସ୍ମିତାକୁ ବଜାୟ ରଖିବାକୁ ଆହ୍ୱାନ ଦେଇଛନ୍ତି।

Share In Social Media
Scroll to Top