odisha24 Live

Latest News

Latest News

 ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହ

ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆସନ୍ତା ନଭେମ୍ବର ୨୯ ତାରିଖରେ ଭୁବନେଶ୍ୱରରେ ୨୮ତମ ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକ ଅନୁଷ୍ଠିତ ହେବ। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ଦିନିକିଆ ବୈଠକରେ ଓଡ଼ିଶା ସମେତ ବିହାର, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ, ମୁଖ୍ୟ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧୀନସ୍ଥ ଆନ୍ତଃରାଜ୍ୟ ପରିଷଦ ସଚିବାଳୟ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ଏହି ବୈଠକ ଆୟୋଜନ କରାଯାଉଛି। ଏହି ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌, ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ସମ୍ପୃକ୍ତ ରାଜ୍ୟଗୁଡ଼ିକର ମୁଖ୍ୟ ସଚିବ, ବରିଷ୍ଠ ମନ୍ତ୍ରୀ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବହୁ ଉଚ୍ଚପଦସ୍ଥ ଅଧିକାରୀମାନେ ମଧ୍ଯ ଏହି ଆଲୋଚନାରେ ସାମିଲ ହେବେ । ଞ୍ଚଳ ପରିଷଦ ବୈଠକର ଅୟୋଜକ ଥିଲା ଓଡ଼ିଶା ।

Share In Social Media
Scroll to Top