ବାତ୍ୟା ‘ଅର୍ଣ୍ଣବ’ର ଦାଉ ସରିନଥିବା ବେଳେ ପୁଣି ସୃଷ୍ଟି ହେଲା ଆଉ ଏକ ଲଘୁଚାପ
ଭୁବନେଶ୍ୱର : ବାତ୍ୟା ଅର୍ଣ୍ଣବ ଗଲା । ଆସୁଲା ଆଉ ଏକ ଲଘୁଚାପ । ଆଣ୍ଡାମାନ ସାଗରରେ ବଡ଼ ହଲଚଲ । ୨୪ ଘଣ୍ଟାରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ । ଦକ୍ଷିଣଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଗତ ଦୁଇ ଦିନ ଧରି ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହା ବାୟୁମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପିଛି । ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି









