ଜେଲେନସ୍କିଙ୍କ ବିମାନକୁ ଡ୍ରୋନ୍ ଧକ୍କା ! ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି
ୟୁକ୍ରେନ : ୟୁକ୍ରେନ୍ର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ବିମାନ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିବା ଖବର ସାମ୍ନାକୁ ଆସିଛି। ମୋଲଦୋଭାରୁ ନରୱେ ଯାଉଥିବା ସମୟରେ ତାଙ୍କ ବିମାନ ଏକ ଅଜଣା ଡ୍ରୋନ୍ର ନିକଟ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ଏହି ଘଟଣା ଜେଲେନସ୍କିଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ଗୁରୁତର ପ୍ରଶ୍ନ ଉଠାଇଛି। ନରୱେର ପ୍ରଧାନମନ୍ତ୍ରୀ ଜୋନାସ ଗାର୍ ଷ୍ଟୋରେ ବୁଧବାର ସରକାରୀ ପ୍ରସାରକ NRK ସହ କଥା ହୋଇ ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ସେ









