ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ୱର : ପ୍ରଦେଶର ତେଲୁଗୁ ଦେଶମ୍ ସରକାରଙ୍କର ଘୋଷଣା ସାରା ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି । ଏହି ପରିପ୍ରେକ୍ଷୀରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍ବେଗ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପତ୍ର ଲେଖି କୋଟିଆ ସମ୍ପର୍କରେ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ଦାବୀ କରିଛନ୍ତି । ଶ୍ରୀ ପଟ୍ଟନାୟକ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ କୋଟିଆ ହେଉଛି ଓଡିଶାର ଅଭିନ୍ନ ଅଙ୍ଗ ।









