odisha24 Live

Latest News

Latest News

ପାଣିପାଗ

ପାଣିପାଗ

ମାଡ଼ି ଆସୁଛି ଭୟଙ୍କର ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। କୋରାପୁଟ, ନବଙ୍ଗପୁର, କଳାହାଣ୍ଡିକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପ୍ରବଳ ବର୍ଷା ପାଇଁ କଳାହାଣ୍ଡି ଜିଲ୍ଲାରେ ସ୍କୁଲ, ଅଙ୍ଗନୱାଡି ବନ୍ଦ ଘୋଷଣା କରାଯାଇଛି । ସେହିପରି ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗଞ୍ଜାମ, ରାୟଗଡା, ଗଜପତି ସମେତ ଦକ୍ଷିଣ ଓଡିଶାର ୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି କରିଛି ପାଣିପାଗ […]

ପାଣିପାଗ

ପ୍ରବଳ ବର୍ଷା ଆଶଙ୍କା, ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ!

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହା ବାୟୁମଣ୍ଡଳରରୁ ପ୍ରାୟ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଥିବା ସୂଚନା ମିଳିଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ‘ରେଡ୍ ୱାର୍ଣ୍ଣିଂ’ ଜାରି କରାଯାଇଛି। ଏହା ବ୍ୟତୀତ ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝର ଜିଲ୍ଲା ପାଇଁ

ପାଣିପାଗ

ଆସୁଛି ଝଡ଼ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏହାର ପ୍ରଭାବରେ କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ୧୨ ତାରିଖ ଯାଏ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ହୋଇପାରେ।ବୁଧବାର ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା ଅଛି। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ। ୧୦ ତାରିଖରେ କେନ୍ଦୁଝର ଓ

ପାଣିପାଗ

ତୀବ୍ର ହୋଇପାରେ ବର୍ଷା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷାର ପରିମାଣ ବଢିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ମୌସୁମୀ ବାୟୁ ଶ୍ରୀଗଙ୍ଗାନଗର, ଉତ୍ତରପ୍ରଦେଶଠାରୁ ଉତ୍ତରପୂର୍ବ ବଙ୍ଗୋପସାଗର ମଧ୍ୟରେ ରହିଛି। ଫଳରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ନିର୍ଦ୍ଦେଶିକା ଡ.

ପାଣିପାଗ

ପୁଣି ଆସୁଛି ବଡ଼ ବର୍ଷା, ବଢ଼ିଲା ଆଶଙ୍କା

ଭୁବନେଶ୍ୱର : ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପ୍ରକୋପ। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି-ବିଜୁଳି ସହ ବର୍ଷା ହେବ। ତେବେ ୯ ତାରିଖରୁ ରାଜ୍ୟରେ ପୁଣି ଆରମ୍ଭ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା। ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାର ଅନେକ ଅଞ୍ଚଳରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଜି ୧୭ ଜିଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି

ପାଣିପାଗ

୧୦ରେ ବଦଳିବ ପାଣିପାଗର ରୂପ

ଭୁବନେଶ୍ୱର: ଆଜି ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ଆସନ୍ତା ୨ ଦିନ ପାଗ ପ୍ରାୟ ଅପରିବର୍ତ୍ତିତ ରହିବ। ଏହାପରେ ୩ ଦିନ ଧରି ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ।୧୦ ତାରିଖ ବେଳକୁ ଘୂର୍ଣ୍ଣିବଳୟ ହୋଇପାରେ। ୧୧ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ନୟାଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ୧୩ ତାରିଖରେ ଏହା ଲଘୁଚାପ ରୂପ ନେବ।

ପାଣିପାଗ

ଆକାଶରେ ପୁଣି ମେଘର ଭିଡ଼, ବର୍ଷାର ଆଭାସ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କୌଣସି ବର୍ଷା ନାହିଁ। କୌଣସି ସତର୍କ ସୂଚନା ଜାରି କରିନାହିଁ ପାଣିପାଗ ବିଭାଗ। ପାଗ ମୁଖ୍ୟତଃ ଶୁଖିଲା ରହିବ। ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୮ ତାରିଖରେ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ। ୯ରୁ ବର୍ଷା ପରିମାଣ ସାମାନ୍ୟ ବଢ଼ିବା ସମ୍ଭାବନା ଅଛି। ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁସାରେ ଲଘୁଚାପ

ପାଣିପାଗ

ଦ୍ୱିତୀୟ ସପ୍ତାହ ଆଡ଼କୁ ପୁଣି ପ୍ରବଳ ବର୍ଷାର

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ ପ୍ରଭାବ ନ ଥିବାରୁ ବର୍ଷା କମିଛି। କିନ୍ତୁ, ସେପ୍ଟେମ୍ବର ଦ୍ବିତୀୟ ସପ୍ତାହ ବେଳକୁ ପୁଣି ବଡ଼ ବର୍ଷା ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର (ଆଇଏମଡି) ଜାରି କରିଥିବା ବିସ୍ତାରିତ ପୂର୍ବାନୁମାନ ଅନୁସାରେ ଆସନ୍ତା ୧୨-୧୩ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହୋଇପାରେ।ଚଳିତବର୍ଷ ଦେଶରେ ମୌସୁମୀ ବର୍ଷା

ପାଣିପାଗ

ଦୁର୍ବଳ ହେଉଛି ଲଘୁଚାପ

ଭୁବନେଶ୍ୱର : ସାରା ରାଜ୍ୟରେ ଲଘୁଚାପ ଦୁର୍ବଳ ହେଉଛି। ଏହା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ। ସେପ୍ଟେମ୍ବର ୩ ଓ ୪ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ। ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ୩ ଦିନ

ପାଣିପାଗ

ଆକାଶରୁ ଝରୁଛି ବର୍ଷା

ଭୁବନେଶ୍ୱର : ସାରା ରାଜ୍ୟରେ ବର୍ଷାର ଏକ ଭୟଙ୍କର ରୂପ ଦେଖିବାକୁ ମିଳୁଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସକ୍ରିୟ ଲଘୁଚାପ କ୍ଷେତ୍ର ଯୋଗୁଁ ଆକାଶ ଅଶାନ୍ତ ହୋଇପଡ଼ିଛି, ଆକାଶରୁ ନିରନ୍ତର ଢାଳୁଛି ବର୍ଷା। ମୟୂରଭଞ୍ଜରୁ ସୁନ୍ଦରଗଡ଼ ପର୍ଯ୍ୟନ୍ତ, ଚାରିଆଡ଼େ କେବଳ ଘଡ଼ଘଡ଼ି ଏବଂ ବର୍ଷା ହେଉଛି।ଆଜି ପାଇଁ ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏହି ତିନୋଟି ଜିଲ୍ଲା ପାଇଁ

Scroll to Top