odisha24 Live

Latest News

Latest News

ତାଳଚେର ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁଗୋଳ ଜିଲ୍ଲା ତାଳଚେର ଗସ୍ତ କରିବାକୁ ଯାଉଛନ୍ତି । ସ୍ଥାନୀୟ ଗୁରୁଜଙ୍ଗାଠାରେ ଆୟୋଜିତ ହେଉଥିବା ପୂଜ୍ୟ ସନ୍ଥ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ବାଚସ୍ପତି ସୁରମା ପାଢ଼ୀଙ୍କ ସମେତ ମନ୍ତ୍ରିମଣ୍ଡଳର ବହୁ ସଦସ୍ୟ, ବିଧାୟକ ଓ ସାଂସଦମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଭିଭିଆଇପିଙ୍କ ଗସ୍ତ ଏବଂ ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ପୋଲିସ ଓ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗୁରୁଜାଙ୍ଗର ବିଭିନ୍ନ ସ୍ଥାନ ପରିଦର୍ଶନ କରି ସୁରକ୍ଷା ଓ ଟ୍ରାଫିକ୍ ବ୍ୟବସ୍ଥାର ତଦାରଖ କରିଛି ପ୍ରଶାସନ।

Share In Social Media
Scroll to Top