
ନୂଆଦିଲ୍ଲୀ : ସୁନା-ରୁପା କିଣିବାକୁ ଭାବୁଥିବା ଲୋକଙ୍କ ପାଇଁ ଏହି ଖବରଟି ଚିନ୍ତାର କାରଣ ହୋଇପାରେ। ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୩,୭୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୫୦,୧୦୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୩,୭୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୫୦,୧୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୩,୭୫୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୫୦,୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୬୩,୩୯୦ ଟଙ୍କା ଓ ୨୨ କ୍ୟାରଟେ ୧,୫୦,୨୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୬୩,୭୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୫୦,୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୩,୭୫୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୫୦,୧୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୬୦,୦୦୦ ଟଙ୍କା ହୋଇଛି ।





