odisha24 Live

Latest News

Latest News

ସୀମା ଟପିଲାଣି ସୁନା ଦର

ନୂଆଦିଲ୍ଲୀ : ଆକାଶ ଛୁଆଁ ସୁନା ଦର, ତଥାପି ବଢୁଛି ଚାହିଦା । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୩,୯୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୫୦,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୩,୯୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୫୦,୩୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୩,୯୭୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୫୦,୩୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୬୪,୧୨୦ ଟଙ୍କା ଓ ୨୨ କ୍ୟାରଟେ ୧,୫୦,୪୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୬୩,୯୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୫୦,୩୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୩,୯୭୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୫୦,୩୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୬୦,୦୦୦ ଟଙ୍କା ହୋଇଛି ।

Share In Social Media
Scroll to Top