
ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ 5ଟା 30 ସମୟରେ ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ପ୍ରଭାବରେ ଆଜିଠୁ ବର୍ଷାର ପରିମାଣ ବଢ଼ିବ । ଏନେଇ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେପଟେ ଓଡିଶା ଉପକୂଳରେ ୪୦-୫୦ କିମି ସର୍ବାଧିକ 60 କିମି ବେଗରେ ପବନ ବହିବାର ସମ୍ବାବନା ରହିଛି । 15 ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିଵ । ତେଣୁ ଆଜିଠାରୁ 15 ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି । ଆସନ୍ତା 17 ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

