odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ହୀରାକୁଦରେ ଜଳସ୍ତର ବୃଦ୍ଧି

ଭୁବନେଶ୍ୱର: ଲଘୁଚାପ ବର୍ଷା ପରେ ହୋଇଛି ପ୍ରଳୟଙ୍କରୀ ବନ୍ୟା। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି, ଯାହାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ଆଉ ୪ଟି ଗେଟ୍ ଖୋଲିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ମୋଟ ୧୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ଅନ୍ୟପଟେ ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀ ପୁଣି ଥରେ ଫୁଲିବାରେ ଲାଗିଛି । ଆଖୁଆପଦା ନିକଟରେ ନଦୀର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ବର୍ତ୍ତମାନ ବନ୍ୟା ଜଳ ସତର୍କ ସଙ୍କେତ ଉପରେ ପ୍ରଭାବିତ ହେଉଛି, ଯାହା ପ୍ରଶାସନ ପାଇଁ ଚିନ୍ତାର ବିଷୟ ପାଲଟିଛି । ବୈତରଣୀର ଜଳସ୍ତର ବୃଦ୍ଧି ପାଇବା ଫଳରେ ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ଓ ଧାମନଗର ବ୍ଲକର ତଳିଆ ଅଞ୍ଚଳରେ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ନଦୀ କୂଳିଆ ଗାଁ ଗୁଡିକରେ ବନ୍ୟା ପାଣି ପଶିବା ଆଶଙ୍କା ଦେଖାଦେଇଛି । ଚାଷ ଜମିରେ ପାଣି ମାଡ଼ିଯିବା ଭୟରେ ଚାଷୀମାନେ ଚିନ୍ତାରେ ପଡିଥିବା ବେଳେ ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି । ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ନଦୀ ବନ୍ଧ ଗୁଡିକର ସୁରକ୍ଷା ଯାଞ୍ଚ କରାଯିବା ସହ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top