odisha24 Live

Latest News

Latest News

ଶ୍ରୀଜୀଉଙ୍କ ଖସାପଡା ନୀତି

ପୁରୀ: ଶ୍ରାବଣ ଶୁଳ୍କପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡା ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିରରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସୂଚନା ମୁତାବକ, ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ଚଢ଼ି ଚାରିଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ। ଖସାପଡ଼ା ନୀତି ଶ୍ରୀଜୀଉମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡ଼ାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନୀତି ସମ୍ପାଦନ କରାଯାଇଥାଏ। ଖସାପଡା ନୀତି ଶେଷ ପରେ ନୀତିକାନ୍ତି ପୂର୍ବ ଭଳି ଆଗକୁ ବଢ଼ିବା ସହ ସାଧାରଣ ଦର୍ଶନ ଆରମ୍ଭ ହେବ।

Share In Social Media
Scroll to Top