odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ଶ୍ରୀଜୀଉଙ୍କ ବନକଲାଗି ନୀତି

ପୁରୀ : ପବିତ୍ର ଶ୍ରାବଣ ଶୁକ୍ଳ ପ୍ରତିପଦା ତିଥି ଶ୍ରୀକ୍ଷେତ୍ରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଯାହା ଫଳରେ ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top