
ଶୁକ୍ରବାର ଦିନ କେନ୍ଦୁଝର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଗସ୍ତ କାଳରେ ସେ ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଦକ୍ଷିଣ କ୍ୟାମ୍ପସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ଭିତ୍ତିଭୂମିର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ଉଚ୍ଚଶିକ୍ଷା, ଗବେଷଣା ତଥା ଯୁବପିଢ଼ିଙ୍କ ଦକ୍ଷତା ବିକାଶ ଦିଗରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ। ଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରରେ ବୈଷୟିକ ବାଣିଜ୍ୟିକ ପ୍ରତିଷ୍ଠାନର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।





