
ଭୁବନେଶ୍ୱର : ନିଜ ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲାକୁ ଆସିଥାନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ବାତିଲ ନେଇ ରାଇରଙ୍ଗପୁର ଏଡିଏମ ସୂଚନା ଦେଇଛନ୍ତି । ୩ ତାରିଖରୁ ୩ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ଥିଲା। ପୂର୍ବରୁ ୨୮ ତାରିଖରେ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ ଥିଲା । ବାତ୍ୟା ପାଇଁ ବାତିଲ ହୋଇଥିଲା ଓଡିଶା ଗସ୍ତ କାର୍ଯ୍ୟକ୍ରମ ।
ସୂଚନା ଅନୁସାରେ, ନଭେମ୍ବର ୩ ତାରିଖରୁ ରାଷ୍ଟ୍ରପତିଙ୍କର ତିନିଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ଏହି ଗସ୍ତ ସମୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର ଯୋଜନା ଥିଲା। ତେବେ ଏହା ପୂର୍ବରୁ ଅକ୍ଟୋବର ୨୮ ତାରିଖରେ ମଧ୍ୟ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସେହି ଗସ୍ତକୁ ମଧ୍ୟ ବାତିଲ୍ କରାଯାଇଥିଲା।





