
ପୁରୀ : ଶ୍ରୀକ୍ଷେତ୍ର ପୁରୀରେ ବୁଧବାର ଶ୍ରୀମନ୍ଦିରରେ ପାଞ୍ଚ ଘଣ୍ଟା ବନ୍ଦ ସାଧାରଣ ଦର୍ଶନ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଖବର ଅନୁଯାୟୀ, ବୁଧବାର ମାନେ ଆସନ୍ତକାଲି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି। ଏହି ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ଯେଉଁଥି ପାଇଁ ପାଞ୍ଚ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଅପରାହ୍ନ ୨ ଟାରୁ ସନ୍ଧ୍ୟା ୭ ଟା ଯାଏଁ ବନ୍ଦ ରହିବ ଦର୍ଶନ। ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ଅନୁଷ୍ଠିତ ହେବ ଏହି ଗୁପ୍ତ ନୀତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଦିଆଯାଇଛି ସୂଚନା।

