odisha24 Live

Latest News

Latest News

ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ଛେଚିବ

ଭୁବନେଶ୍ୱର : ରାଜ୍ୟରେ ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ରହିଥିବା ବେଳେ ପୁଣି ଆସୁଛି ଲଘୁଚାପ । ଉତ୍ତର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମି ନିମ୍ନଚାପରେଖା ସକ୍ରିୟ ରହିଛି। ବିଶେଷକରି ପଶ୍ଚିମ, ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷକରି ସୁନ୍ଦଗରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଝଡ଼ବର୍ଷା ନେଇ ସତର୍କ କରାଯାଇଛି।

Share In Social Media
Scroll to Top