odisha24 Live

Latest News

Latest News

ରାଜ୍ୟକୁ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର : ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି। ଆଗାମୀ ୪୮ ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଗତି କରିବ ବୋଲି ଆକଳନ କରାଯାଉଛି। ଏହା ପ୍ରଭାବରେ ଆସନ୍ତା ୬ଦିନ ଅର୍ଥାତ୍‌ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୬ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ। ଏହାସହ ଅନ୍ୟ ୨୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲିଠୁ ବର୍ଷାର ପରିମାଣ ଆହୁରି ବଢ଼ିପାରେ।

Share In Social Media
Scroll to Top