
ଭୁବନେଶ୍ୱର : ସାରା ରାଜ୍ୟରେ ଲଘୁଚାପ ଦୁର୍ବଳ ହେଉଛି। ଏହା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ। ସେପ୍ଟେମ୍ବର ୩ ଓ ୪ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ। ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ୩ ଦିନ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି।





