
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏହାର ପ୍ରଭାବରେ କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ୧୨ ତାରିଖ ଯାଏ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ହୋଇପାରେ।
ବୁଧବାର ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା ଅଛି। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ। ୧୦ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ଆଶଙ୍କା ଅଛି।





