
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। କୋରାପୁଟ, ନବଙ୍ଗପୁର, କଳାହାଣ୍ଡିକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପ୍ରବଳ ବର୍ଷା ପାଇଁ କଳାହାଣ୍ଡି ଜିଲ୍ଲାରେ ସ୍କୁଲ, ଅଙ୍ଗନୱାଡି ବନ୍ଦ ଘୋଷଣା କରାଯାଇଛି ।
ସେହିପରି ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗଞ୍ଜାମ, ରାୟଗଡା, ଗଜପତି ସମେତ ଦକ୍ଷିଣ ଓଡିଶାର ୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ଶନିବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ଏବଂ ଏହାପରେ ବର୍ଷା ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।





