odisha24 Live

Latest News

Latest News

ସାରା ରାଜ୍ୟରେ ପ୍ରବଳ ଛେଚିବ

ଭୁବନେଶ୍ୱର : ମାଡି ଆସୁଛି ପ୍ରଳୟଙ୍କରୀ ବର୍ଷା। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ଆହୁରି ବଢ଼ିପାରେ। ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ରହିଛି। ଏହି ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବା ସହ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆକଳନ କରାଯାଉଛି। ଆସନ୍ତା ୨୪ ଘଣ୍ଟା ପାଇଁ ସମଗ୍ର ଓଡ଼ିଶାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୫ଟି ଜିଲାକୁ ବାଦ ଦେଲେ ଅନ୍ୟ ସମସ୍ତ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି।

Share In Social Media
Scroll to Top