odisha24 Live

Latest News

Latest News

ଆକାଶରେ ମେଘ , ପୁଣି ଭିଜିବ ମାଟି

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଯାହା ସେପ୍ଟେମ୍ବର ୨୨ ବେଳକୁ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ପ୍ରକ୍ରିୟା ଯୋଗୁଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଶେଷକରି ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୧୫ ଓ ୧୬ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ଗଜପତି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ଗଜପତି ଜିଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ଓ ଆଉ କିଛି ସ୍ଥାନରେ ମଧ୍ୟମଧରଣର ବର୍ଷା ସମ୍ଭାବନା ଥିବାରୁ ସତର୍କ କରାଯାଇଛି।

Share In Social Media
Scroll to Top