odisha24 Live

Latest News

Latest News

ପୁଣି ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର : ଉତ୍ତର ଥାଇଲାଣ୍ଡ ଉପରେ ସକ୍ରିୟ ରହିଛି ଏକ ଘୂର୍ଣ୍ଣିବଳୟ। ଯାହାଫଳରେ ପ୍ରବଳ ବରଷିବ। ଏହା ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରକୁ ଗତି କରିବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଆଗାମୀ ୩ ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଜି ଉତ୍ତର, ପଶ୍ଚିମ ଓ ଉପକୂଳ ଓଡିଶାର ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଆସନ୍ତା କାଲି ଉତ୍ତର ଓଡିଶାର, କେନ୍ଦୁଝର, ମରୂରଭଞ୍ଜ ଓ ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ। ୧୯ ତାରିଖ ବେଳକୁ ବଢିବ ବର୍ଷା ପରିମାଣ। ଦକ୍ଷିଣ ଓଡି଼ଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୦ ତାରିଖରେ ପୁରା ରାଜ୍ୟରେ ବର୍ଷିବ।

Share In Social Media
Scroll to Top