odisha24 Live

Latest News

Latest News

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ସୃଷ୍ଟି ହେଲା ଆଉ ଏକ ଲଘୁଚାପ!! ଏହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି! ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ତେବେ ଏହାର ପ୍ରଭାବ ଓଡ଼ିଶାରେ ପଡ଼ିବ କି ନାହିଁ, ତାହା ଜଣାପଡ଼ି ନାହିଁ।

ପାଣିପାଗ ବିଜ୍ଞାନୀଙ୍କ ସୂଚନା ଅନୁସାରେ କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣମିଆଁମାର ଉପକୂଳ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୯.୪ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗର ଓ ମିଆଁମାରର ସଂଲଗ୍ନ ଇରାୱାଡ଼ି ଅଞ୍ଚଳକୁ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହା ପରେ, ଆଗାମୀ ଦୁଇ ଦିନ ମଧ୍ୟରେ ଏହା ମିଆଁମାର-ବାଂଲାଦେଶ ଉପକୂଳ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି।

Share In Social Media
Scroll to Top