odisha24 Live

Latest News

Latest News

ଘନୀଭୂତ ହେଉଛି ଲଘୁଚାପ

ଭୁବନେଶ୍ୱର : ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ଆସନ୍ତାଞ୍ଚଳରେ ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବା ସହ ନଭେମ୍ବର ୨ ତାରିଖ ସନ୍ଧ୍ୟା ସୁଦ୍ଧା ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ‘ଅର୍ଣ୍ଣବ’ ଇତିମଧ୍ୟରେ ଦୁର୍ବଳ ହୋଇ ଲଘୁଚାପ ସ୍ଥିତିକୁ ଫେରିବା ସହ ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ପୂର୍ବ ମଧ୍ୟପ୍ରଦେଶ ଉପରେ ସକ୍ରିୟ ରହିଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୪.୫ କିମି ଉଚ୍ଚତା ଯାଏ ବିସ୍ତାର କରିଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାର ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାକୁ ଝଡ଼ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପବନର ସର୍ବାଧିକ ବେଗ ୫୦ କି.ମି. ପର୍ଯ୍ୟନ୍ତ ରହିପାରେ। ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାକୁ ଝଡ଼ବର୍ଷା ସହ ସର୍ବାଧିକ ୫୦ କି.ମି. ବେଗରେ ପବନ ବହିବା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

Share In Social Media
Scroll to Top